ଗୋଟିଏ ଦେଶ ଗୋଟିଏ ରାସନ କାର୍ଡ଼ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
10

ବ୍ରହ୍ମପୁର,୨୯/୦୭/୨୧/(ମହାରାଣୀ ନ୍ୟୁଜ୍): ଭିଡିଓ କନଫେରେସ ମାଧ୍ୟମରେ ପୃଷ୍ଟିକର ଓ ଭିଟାମିନ୍ ଯୁକ୍ତ ହିତାଧିକାରୀଙ୍କୁ ଚାଉଳ ଯୋଗାଇବା ପାଇଁ ମାଲାକାନାଗିରି , ଭୁବନେଶ୍ୱର ଓ ବ୍ରହ୍ମପୁର ଠାରେ ଗୋଟିଏ ଦେଶ ଗୋଟିଏ ରାସନ କାର୍ଡ଼ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ରହ୍ମପୁର ମହାନଗର ଅନ୍ତର୍ଗତ ୱାର୍ଡ଼ ନଂ ୩୬ ଲାଞ୍ଜିପଲ୍ଲୀ ରାଧାକୃଷ୍ଣ ମଠ ସାହି ଠାରେ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଠାରେ ତିନି ଜଣ ହିତାଧିକାରୀଙ୍କୁ ରାସନ କାର୍ଡ ସହ ଭିଟାମିନଯୁକ୍ତ ଚାଉଳ ପ୍ରଦାନ କରାଯାଇଛି । ସେମାନେ ହେଲେ ଇଚ୍ଛାପୁର ର ଏସ୍ .ଶଙ୍କର, ଆନ୍ଦ୍ରପ୍ରଦେଶର ବି. ଅଚ୍ୟୁତ ,ଓ କୁକୁଡ଼ାଖଣ୍ଡି ର କୃଷ୍ଣଚନ୍ଦ୍ର ସାହୁ । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଏବଂ ଆମ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ହିତାଧିକାରୀମାନେ ଉପକୃତ ହୋଇପାରିବେ । ଅତିଥି ଭାବେ ଜଙ୍ଗଲ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ । ଗଞ୍ଜାମ ଜିଲ୍ଲାରେ ରହୁଥିବା ହିତାଧିକାରୀ ମାନେ ଏହି ଯୋଜନା ମାଧ୍ୟମରେ ଉପକୃତ ହେବେ । ଜିଲ୍ଲା ବାହାରେ ରହୁଥିବା ହିତାଧିକାରୀ ମାନେ ଗୋଟିଏ ଦେଶ ଗୋଟିଏ ରାସନ କାର୍ଡ଼ ଯୋଜନା ମାଧ୍ୟମରେ ବାହାର ରାଜ୍ୟରେ ରହୁଥିବା ରାସନ ସାମଗ୍ରି ପାଇପାରିବେ । ରାଜ୍ୟର ୧୦ହଜାର ୫୭୮ଟି ସରକାରୀ ଖୁଚୁରା କେନ୍ଦ୍ରରେ ପ୍ରାୟ ୭୯ ହଜାରରୁ ଉର୍ଦ୍ଧ ହିତାଧିକାରୀ ମାସିକ ରାସନ ପାଇପାରିବେ । ଅନ୍ୟ ରାଜ୍ୟରେ ରହୁଥିବା ହିତାଧିକାରୀ ମାନେ ଏହି ଯୋଜନା ମାଧ୍ୟମରେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଲେ କି ‘ସ୍ବାଭିମାନର ସହ ବଞ୍ଚିବା ସମସ୍ତଙ୍କର ଅଧିକାର ଓ ଗରିବ ଲୋକଙ୍କୁ ଏହି ଅଧିକାରରୁ କେହି ବଞ୍ଚିତ କରିପାରିବ ନାହିଁ । ଆମର ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ଏହି ଅଧିକାରକୁ ଆମେ ସବୁବେଳେ ସମ୍ମାନ ଜଣାଇଆସିଛୁ । ଗରିବ ଲୋକଙ୍କ କଲ୍ୟାଣ ପାଇଁ ଆମର ଉଦ୍ୟମ ଜାରି ରହିବ ।’ଭିଟାମିନଯୁକ୍ତ ଚାଉଳରେ ଭିଟାମିନ ବି-୧୨ ଓ ଫୋଲିକ୍‌ ଏସିଡ ଥିବାରୁ ଏହା ଗରିବ ଲୋକମାନଙ୍କ ସହତି ବିଶେଷକରି ମହିଳା ଓ ବାଳିକା ମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ବହୁତ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ ।ଖାଦ୍ୟ ସୁରକ୍ଷା ରାଜ୍ୟ ସରକାରଙ୍କ ସବୁଠାରୁ ବଡ କଲ୍ୟାଣ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମ ଜରିଆରେ ରାଜ୍ୟର ୯୩ ଲକ୍ଷ ପରିବାର ଓ ସାଢେ ୩ କୋଟି ଲୋକ ଉପକାର ପାଉଛନ୍ତି। ୨୦୦୮ରେ ଆପଣଙ୍କ ରାଜ୍ୟ ସରକାର କେଜି ୨ ଟଙ୍କାରେ ଓ ୨୦୧୩ରୁ କେଜି ୧ ଟଙ୍କାରେ ଚାଉଳ ଯୋଗାଇ ଆସୁଛି । ଗରିବ ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ତାଙ୍କର ଗୁରୁତ୍ବ ଉପରେ ଆଲୋକପାତ କରି ସେ କହିଲେ, ‘ମୁଁ ସବୁବେଳେ କହିଆସିଛି ଜଣେ ବି ଗରିବ ଲୋକ ଯେପରି ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ନ ହୁଏ, ତାହା ଆମର ଲକ୍ଷ୍ୟ ।’ ଏବଂ କେଜି ୧ ଟଙ୍କାରେ ଚାଉଳ ମିଳିବ ଦ୍ବାରା ଗରିବ ଲୋକଙ୍କର ଖାଦ୍ୟ ନିରାପତ୍ତା ମଜବୁତ ହୋଇଛି । ରାଜ୍ୟର ବିଭିନ୍ନ କଲ୍ୟାଣକାରୀ ଯୋଜନା ଉପରେ ଆଲୋକପାତ କରି ସେ କହିଥିଲେ ଯେ ଖାଦ୍ୟ ନିରାପତ୍ତା ସହିତ ରାଜ୍ୟ ସରକାର ମାଗଣାରେ ପିଲାମାନଙ୍କ ପାଇଁ ଶିକ୍ଷା ବ୍ୟବସ୍ଥା କରିଛନ୍ତି। ଜୋତା ଠାରୁ ଆରମ୍ଭ କରି ପୋଷାକ, ବହି, ସାଇକେଲ – ସବୁ ସରକାର ଯୋଗାଇ ଦେଉଛନ୍ତି। ସ୍ବାସ୍ଥ୍ୟ ସୁବିଧା ପାଇଁ ସବୁ ସରକାରୀ ଡାକ୍ତରଖାନାରେ ସମସ୍ତଙ୍କ ପାଇଁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯାଉଛି । ତା ସହିତ ଗରିବ ଲୋକଙ୍କ ପାଇଁ ବିଭିନ୍ନ ରୋଜଗାର ଯୋଜନା ମଧ୍ୟ କାର୍ଯ୍ୟକାରୀ କରାଯାଉଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ମଧ୍ୟ ଗରିବ ପରିବାରର ମା ମାନଙ୍କୁ ରୋଜଗାର ଦେଇଛି । ଚାଷଙ୍କ ପାଇଁ କାଳିଆ ଯୋଜନା ସାରା ଦେଶରେ ଆଦର ଲାଭ କରିଛି ବୋଲି ସେ କହିଥିଲେ। ଗରିବ ଲୋକଙ୍କ ରୋଜଗାର ପାଇଁ – ଚାଷୀ, ମହିଳା, ଶ୍ରମିକ ମାନଙ୍କ ପାଇଁ – ରାଜ୍ୟ ସରକାର ୨୦୦୦ କୋଟି ଟଙ୍କାର ସହାୟତା ଦେଇଛନ୍ତି । ଯାହା ଗରିବ ଲୋକର ସାମାଜିକ ସ୍ଥିତିରେ ଉନ୍ନତି ଆଣିଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଲୋକଙ୍କ ପାଇଁ ଖାଦ୍ୟ ସୁରକ୍ଷା ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଆଲୋକପାତ କରିଥିଲେ । ଖାଦ୍ୟ ସୁରକ୍ଷାରେ ଓଡିଶା ଦେଶର ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି ବୋଲି ପ୍ରକାଶ କରି ଏ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବକୁ ସେ ପ୍ରଶଂସା କରିଥିଲେ । ସେହିପରି ମଧ୍ୟାହ୍ନ ଭୋଜନ ଏବଂ ସମ୍ମାନିତ ଶିଶୁ ବିକାଶ ବିଭାଗକୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯାଇ କୋମଳମତି ଶିଶୁ ଏବଂ ସରକାରୀ ସ୍କୁଲ ଛାତ୍ରଛାତ୍ରୀ ମାନେ ଉପକୃତ ହେବେ ବୋଲି ମନ୍ତ୍ରୀ ଶ୍ରୀ ଆରୁଖ ସୂଚନା ଦେଇଛନ୍ତି ।
ଏହି କାର୍ଯ୍ୟକ୍ରମରେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକ, ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା ଏବଂ ଭୁବନେଶ୍ବର କେନ୍ଦ୍ର ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ପ୍ରମୁଖ ନିଜର ଅଭିଭାଷଣ ରଖିଥିବା ବେଳେ
ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଅନ୍ୟତମ ଅତିଥି ଭାବେ ବିଧାୟକ ବିକ୍ରମ କୁମାର ପଣ୍ଡା ଯୋଗଦେଇଥିବା ବେଳେ କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସଂଯୋଜନା କରିଥିଲେ । ବ୍ରହ୍ମପୁର ମହାନଗର ନିଗମ କମିଶନର ସିଦ୍ଦେଶ୍ଵର ବଳିରାମ ବୋନ୍ଦାର , ଉପଜିଲ୍ଲାପାଳ ଭି . କୀର୍ତ୍ତି ୱାସନ ,ତହସିଲଦାର ସିପକ କୁମାର ପାତ୍ର ,ଡେପୁଟି କମିଶନର ଆଶୁତୋଷ ସାମଲଙ୍କ ସମେତ ଯୋଗାଣ ବିଭାଗର ବହୁ ଅଧିକାରୀ ଏହି ଅବସରରେ ଉପସ୍ଥିତ ଥିଲେ ।ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପ୍ରମୁଖ ସଚିବ ଶ୍ରୀ ଭି.ଭି ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗର ଅତିରିକ୍ତ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ:ପିଣ୍ଟୁ ବେହେରା

LEAVE A REPLY

Please enter your comment!
Please enter your name here